ରାଜ୍ୟ ସ୍ପେଶାଲ ରିପୋର୍ଟ

ସମ୍ବଲପୁର ଜିଲ୍ଲାରେ ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସମ୍ବଲପୁର: ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ଘୋଷଣା ହୋଇଛି। ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି।

ଶୁକ୍ରବାର ମଧ୍ୟରାତ୍ରିରୁ ପ୍ରଶାସନ ପକ୍ଷରୁ କର୍ଫ୍ୟୁ ଘୋଷଣା ପରେ ଶନିବାର ଦିନ ସମ୍ବଲପୁରରେ ହିଂସାକାଣ୍ଡ ଥମିଥିଲା। ହେଲେ ରବିବାର ସହରରେ ଆଉ ଥରେ ହିଂସାକାଣ୍ଡ ଫେରିବା ପରେ କର୍ଫ୍ୟୁ ଜାରି ରହିଛି। ହିଂସା ବି ଥମିଛି। ଏଥିସହିତ ସମ୍ବଲପୁର ସହରରେ ଧୀରେ ଧୀରେ ସ୍ବାଭାବିକ ସ୍ଥିତି ଫେରୁଛି। କର୍ଫ୍ୟୁ ଅବଧିରେ ଆଜି ଆହୁରି ଅଧିକ କୋହଳ କରାଯାଇଛି। ସକାଳ ବେଳା ୬ ଘଣ୍ଟା ଏବଂ ଅପରାହ୍ଣରେ ଅଢ଼େଇ ଘଣ୍ଟା କର୍ଫ୍ୟୁ ସମୟରେ କୋହଳ କରାଯାଇଛି। ଗତକାଲି ସହରର କୌଣସି ଅଂଚଳରେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନାହିଁ।

ଅପରପକ୍ଷରେ ପୁଲିସ ପ୍ରଶାସନର ଗିରଫଦାରୀ ଜାରି ରହିଛି। ସୋମବାର ଦିନ ଜଳାପୋଡ଼ା ଓ ପଥରମାଡ଼ ଘଟଣାରେ ୩ ଜଣ ଲେଖାଏଁ ଗିରଫ କରାଯାଇଥିବା କୁହାଯାଇଛି। ଏହାସହିତ ମୋଟ୍ ଗିରଫ ସଂଖ୍ୟା ୮୫ରେ ପହଂଚିଛି।

ସହରର ସ୍ଥିତିରେ ସ୍ବାଭାବିକତା ଫେରୁଥିବା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଆଜି(ମଙ୍ଗଳବାର) ସକାଳ ୭ଟାରୁ ଅପରାହ୍ଣ ୧ଟା ଏବଂ ସାଢ଼େ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି। ଏହି ସମୟରେ ଲୋକେ ନିଜର ଅତ୍ୟାବଶ୍ୟକ ସାମଗ୍ରୀ କିଣାବିକା କରିପାରିବେ ବୋଲି କୁହାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।