ରାଜ୍ୟ ସ୍ପେଶାଲ ରିପୋର୍ଟ

ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ, ଡିଏଫଓ ଓ ରୋଷେୟାଙ୍କୁ ସମନ କଲେ ପାରଳାଖେମୁଣ୍ଡି ଏସଡିଜେଏମ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଦଫାରେ ବିଚାର ହେବ। ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନକୁ ଗ୍ରହଣ କରି ପାରଳାଖେମୁଣ୍ଡି ଏସଡିଜେଏମ ଏହି ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ୨୭ ତାରିଖରେ ହାଜର ହେବାକୁ ସମନ କରାଯାଇଛି।

ଆବେଦନକାରୀଙ୍କ ଆବେଦନ, ରେକର୍ଡ କରାଯାଇଥିବା ବୟାନ ଏବଂ ଅନ୍ୟାନ୍ୟ ଦଲିଲ ଦସ୍ତାବିଜକୁ ତର୍ଜମା କରି କୋର୍ଟ କହିଛନ୍ତି ଯେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗ ବିଚାରଯୋଗ୍ୟ । ତଥ୍ୟ ରହିଛି ତେଣୁ ଏହି ଆଧାରରେ ସମସ୍ତ ଅଭିଯୁକ୍ତଙ୍କୁ ହାଜର ପାଇଁ ସମନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ତେବେ ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା।  ତାଙ୍କ ଶରୀରର  ୮୦ ପ୍ରତିଶତ ପୋଡ଼ିଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧, ଜୁଲାଇ ୧୨ରେ ସୌମ୍ୟରଞ୍ଜନଙ୍କ ଶରୀରରେ ସନ୍ଦେହଜନକ ପରିସ୍ଥିତିରେ ନିଆଁ ଲାଗି ଯାଇଥିବା ବେଳେ ୧୩ ତାରିଖ ଦିନ କଟକର ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିଲା। ଶବ ବ୍ୟବଚ୍ଛେଦ ‌ରିପୋର୍ଟରୁ ତାଙ୍କ ଶରୀରର ୯୫ ପ୍ରତିଶତ ଅଂଶ ପୋଡି ଯାଇଥିବା ସ୍ପଷ୍ଟ ହୋଇଥିଲା। ଜୁଲାଇ ୧୪ରେ ସୌମ୍ୟରଂଜନଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ଓ ରୋଷେଇଆ ବିରୋଧରେ ପରିବାର ତରଫରୁ ଏତଲା ଦିଆଯିବା ପରେ ପାରଳାଖେମୁଣ୍ଡି ଥାନାରେ ଆଇପିସିର ଦଫା ୩୦୨ ଓ ୧୨୦-ଖରେ ମାମଲା ପଞ୍ଜୀକୃତ ହୋଇଥିଲା। ପୁଲିସ ତଦନ୍ତ ଚାଲିଥିବା ବେଳେ ଅଗଷ୍ଟ ୧୪ରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ବ ସରକାର ଦେଇଥିଲେ। କ୍ରାଇମବ୍ରାଞ୍ଚ ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ସାକ୍ଷୀଙ୍କ ବୟାନ ରେକର୍ଡ କରିଥିଲେ ଓ ଡିଏଫଓଙ୍କୁ ପଚରା ଉଚୁରା କରିଥିଲେ। ଆବେଦନକାରୀଙ୍କ ସହିତ ତାଙ୍କ ପରିବାର ସଦସ୍ୟଙ୍କ ବୟାନ ମଧ୍ୟ କ୍ରାଇମବ୍ରାଞ୍ଚ ରେକର୍ଡ କରିଥିଲା। ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଅବହେଳା କାରଣରୁ ହୋଇଥିବା ଦର୍ଶାଇ ତଦନ୍ତକାରୀ ସଂସ୍ଥା ବିଦ୍ୟାଭାରତୀଙ୍କ ବିରୋଧରେ ଆଇପିସର ଦଫା ୨୮୫ ଓ ୩୦୪-କ’ରେ ଚାର୍ଜସିଟ ଦାଖଲ କରିଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।