ରାଜ୍ୟ

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଫାଇଲ୍‌ ମିଳିଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆଇନ ବିଭାଗରେ ହଜି ଯାଇଥିବା ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ୍‌ ମିଳିଛି। ଏନେଇ ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିଭାଗ ପକ୍ଷରୁ ପ୍ରେସ୍‌ ବିବୃତି ଜାରି କରାଯାଇଥିବା ବେଳେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଧନେଶ୍ବର ମଲ୍ଲିକ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଏ ସଂପର୍କିତ ଦୁଇଟି ପୁରାତନ ଫାଇଲ୍‌ ନ ମିଳିବା ବା ହଜିଯାଇଥିବା ଖବର ଗଣମାଧ୍ୟମରେ ପ୍ରସାରିତ ହେବା ସରକାରଙ୍କ ନଜରକୁ ଆସିଛି। ଏହି ଦୁଇଟି ପୁରୁଣା ରୁଟିନ୍‌ ଫାଇଲ୍‌ ବହୁ ପୁରାତନ। ସେଗୁଡ଼ିକ ପୁରୁଣା ଫାଇଲ୍‌ ଭିତରେ ମିଶିଯିବା ଦ୍ୱାରା ଏହାକୁ ଖୋଜିବା ଅତ୍ୟନ୍ତ କଠିନ ଥିଲା। ଏଣୁ ଉଭୟ ଫାଇଲ୍‌କୁ ଖୋଜିବା ପାଇଁ ସମସ୍ତ ଉପବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏବେ ଏହି ଦୁଇଟି ଫାଇଲ୍‌‌ ମିଳିଯାଇଛି ଓ ସଂପୂର୍ଣ୍ଣ ସୁରକ୍ଷିତ ଅଛି। ଏହା ଏକ ସାଧାରଣ ଫାଇଲ୍‌ ଥିଲା ଓ ଏହା ନମିଳିବା ଉଦ୍ଦେଶ୍ୟ ପ୍ରଣୋଦିତ ନଥିଲା ବୋଲି ସେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଆଇନ ବିଭାଗରେ ଥିବା ଶ୍ରୀମନ୍ଦିର ପ୍ରଶାସନ ସେକ୍ସନ୍‌ରୁ ଦୁଇଟି ଫାଇଲ୍‌ ହଜିଯାଇଥିଲା। ଏହାକୁ ଖୋଜିବା ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ସେକ୍ସନକୁ ଚିଠି ଲେଖାଯିବା ପରେ ତମ୍ବିତୁଫାନ ହୋଇଥିଲା। ବରିଷ୍ଠ ସେବାୟତଙ୍କଠାରୁ ଆରମ୍ଭ କରି ଭକ୍ତ, ବିଭିନ୍ନ ଧାର୍ମିକ ସଂଗଠନ ଫାଇଲ୍‌ ହଜିଛି କି ଜାଣିଶୁଣି ଗାଏବ୍‌ କରି ଦିଆଯାଇଛି ବୋଲି ପ୍ରଶ୍ନ କରିଥିଲେ। ପୂର୍ବରୁ ଏଭଳି ଅନେକ ଗୁରୁତ୍ବପୂର୍ଣ୍ଣ ଫାଇଲ୍‌ ହଜିଥିବା ରେକର୍ଡ ଥିବାରୁ ଏହାକୁ ଜାଣି ଜାଣି ହଜାଇ ଦିଆଯାଇଥିବା ଅଭିଯୋଗ ହୋଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।