ରାଜ୍ୟ ସ୍ପେଶାଲ ରିପୋର୍ଟ

୩ ଦିନରେ ତାତି ୩ ଡିଗ୍ରି ବଢ଼ିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରବିବାର ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହୋଇଯାଇଛି। ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ରହିଥିବା ଝଡ଼ର ପ୍ରଭାବ ଯୋଗୁଁ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ‌ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର କେତେକାଂଶରେ ଆଜି ବର୍ଷା ରେକର୍ଡ ହୋଇଛି।

ଆଜି(ସୋମବାର) ମଧ୍ୟ କାଳବୈଶାଖୀର ପ୍ରଭାବ କିଛି ପରିମାଣରେ ଓଡ଼ିଶା ଉପରେ ରହିପାରେ। ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହାପରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବ। ବର୍ଷା ବିଶେଷ ହେବ ନାହିଁ। ଖରା ବଢ଼ିବ। ଫଳରେ ଦିନ ତାପମାତ୍ରା ମଧ୍ୟ ଧୀରେଧୀରେ ବଢ଼ିବା ଆରମ୍ଭ କରିବ। ଆସନ୍ତା ୩ ଦିନରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ ଡିଗ୍ରି ଯାଏ ବଢ଼ିବ। ଆଜି ରାଜଧାନୀ ଭୁବନେଶ୍ବରର ଆକାଶ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।