ରାଜ୍ୟ ସ୍ପେଶାଲ ରିପୋର୍ଟ

ବଦଳିଲା ପାଗ: ୩ ଦିନ ତାତିରୁ ମୁକ୍ତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀଙ୍କୁ ସାମୟିକ ଆଶ୍ବସ୍ତି ମିଳିଛି। ଗତକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ୭ ଜିଲ୍ଲା ପାଇଁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଥିଲା। କିନ୍ତୁ ଶୁକ୍ରବାର ଭୋର୍‌ ପ୍ରାୟ ୪ଟା ବେଳକୁ ହଠାତ୍‌ ରାଜ୍ୟର ପାଗ ବଦଳି ଯାଇଥିଲା। କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ସହ ପବନ ବହିବା ଆରମ୍ଭ ହୋଇଥିଲା। ଫଳରେ ପାଣିପାଗ ବିଭାଗ ଏହି ୱାର୍ଣ୍ଣିଂ ସକାଳ ୬ଟା ସୁଦ୍ଧା ହଟାଇ ଦେଇଥିଲା।

ଶୁକ୍ରବାର ଦିନତମାମ ଶୀତଳ ପବନ ସହ ମେଘୁଆ ପାଗ ରାଜ୍ୟବାସୀଙ୍କୁ ଆମେଦିତ କରିଥିଲା। ଅପରାହ୍‌ଣ ଆଡ଼କୁ କିଛି କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଥିଲା। ଲଗାତାର ୪୩ ଓ ୪୪ ଡିଗ୍ରି ଉପରେ ‌ରେକର୍ଡ ହେଉଥିବା ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଆଜି ୩୯ ଡିଗ୍ରିକୁ ଖସିଥିଲା। ଫଳରେ ସାରା ଓଡ଼ିଶା ଆଜି ଶାନ୍ତିର ନିଃଶ୍ବାସ ମାରିଥିଲା। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ ଓ ତାତିରୁ ଆଶ୍ବସ୍ତି ମିଳିବ।

The Independent

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିଛି। ଫଳରେ ରାଜ୍ୟରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଫଳରେ ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ତାତିରେ ବ୍ରେକ୍‌ ଲାଗିବ। ଗତକାଲି ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରି ରେକର୍ଡ ହୋଇଥିଲା। ଯାହାକି ସ୍ବାଭାବିକ ତାପମାତ୍ରାଠାରୁ ୫.୩ ଡିଗ୍ରି ଅଧିକ ଥିଲା। ଶୁକ୍ରବାର ଦିନ ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୩୬.୧ ଡିଗ୍ରି ରେକର୍ଡ ହୋଇଛି। ଅର୍ଥାତ ରାଜଧାନୀର ତାପମାତ୍ରା ଗତକାଲିଠାରୁ ପ୍ରାୟ ୭ ଡିଗ୍ରି କମିଛି। ଖାଲି ରାଜଧାନୀ ନୁହେଁ, ସମଗ୍ର ଓଡ଼ିଶାର ତାପମାତ୍ରା ଆଜି କମିଥିବା ବେଳେ ପାଖାପାଖି ୧୦ ଦିନ ଧରି ଜଳୁଥିବା ପଶ୍ଚିମ ଓଡ଼ିଶାକୁ ବି ଆଜି ତାତିରୁ ଆଶ୍ବସ୍ତି ମିଳିଛି। ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରର ତାପମାତ୍ରା ସ୍ବାଭାବିକ ଏପ୍ରିଲ ଦିନ ତାପମାତ୍ରାଠାରୁ ପ୍ରାୟ ୬ରୁ ୧୨ ଡିଗ୍ରି ଯାଏ ତଳକୁ ଖସିଛି। ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ନୂଆପଡ଼ାଠାରେ ୩୯.୪ ଡିଗ୍ରି ରେକର୍ଡ ହୋଇଥିବା ‌ବେଳେ ଝାରସୁଗୁଡ଼ାରେ ରହିଥିଲା ୩୮.୬ ଡିଗ୍ରି।

BQ Prime

ଆଜି ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କଟକ, ଜଗତସିଂହପୁର ଓ ନବରଙ୍ଗପୁରରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଏଣୁ ଏହି ୧୩ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଆଦି ୬ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି। ସେହିଭଳି ୨୩ ତାରିଖ ପାଇଁ ସମଗ୍ର ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ବର୍ଷା ସହ କୁଆପଥର ପଡ଼ିବାର ବି ସମ୍ଭାବନା ରହିଛି। ଏଣୁ ୨୩ ତାରିଖ ପାଇଁ ରାଜ୍ୟର ବିଭିନ୍ନ ସହରରେ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ରାଜଧାନୀ ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରି ରହିପାରେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।