ରାଜ୍ୟ

ଏସି ସଟସର୍କିଟ୍ରୁ ଭୟଙ୍କର ଅଗ୍ନିକାଣ୍ଡ: କଟକ ନେବା ବାଟରେ ଚାଲିଗଲା ପତ୍ନୀଙ୍କ ଜୀବନ, ସ୍ବାମୀ ଚିକିତ୍ସାଧୀନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡ଼ା ରାସ୍ତାରେ ଘରେ ଏସି ସଟସର୍କିଟ୍ରୁ ଭୟଙ୍କର ଅଗ୍ନିକାଣ୍ଡ ଘଟି ବୃଦ୍ଧାପତ୍ନୀଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ବିଳମ୍ବିତ ରାତିରେ ପତ୍ନୀ ଉତ୍ତରା ସାହୁଙ୍କୁ କଟକ ସ୍ଥାନାନ୍ତର କରାଯିବା ବେଳେ ତାଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଗତକାଲି ଏସି ସଟସର୍କିଟ୍ରୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଏକ ବୃଦ୍ଧ ଦମ୍ପତି ଗୁରୁତର ହୋଇଥିଲେ। ସ୍ବାମୀ ପ୍ରଭାକର ସାହୁ ନିଆଁ ଧୂଆଁରେ ଶ୍ବାସରୁଦ୍ଧ ହୋଇ ପଡ଼ିଥିବା ବେଳେ ପତ୍ନୀ ଉତ୍ତରା ସାହୁଙ୍କ ଶରୀରର ପ୍ରାୟ ୭୦ ପ୍ରତିଶତ ପୋଡ଼ି ଯାଇଥିଲା। ତାଙ୍କର ଅବସ୍ଥା ଗୁରୁତର ରହିଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ସଦର ଥାନା ଅନ୍ତର୍ଗତ ଲୋଚାପଡ଼ା ରୋଡ଼ ବ୍ରଜନଗରରେ ଏକ ଘରର ପ୍ରଥମ ମହଲାରେ ପ୍ରଭାକର ସାହୁ ଓ ପତ୍ନୀ ଉତ୍ତରା ରହୁଛନ୍ତି।
ତାଙ୍କର ପୁଅ ବାହାରେ କାମ କରି ରହୁଛନ୍ତି। ଗତକାଲି ମଧ୍ୟାହ୍ନ ସମୟରେ ଘରର ତଳ ମହଲାରେ ଫ୍ୟାନ୍ ମରାମତି କରୁଥିବା ଅରୁଣ କୁମାର ବେହେରା ଉପର ମହଲାରୁ ଧୂଆଁ ଆସୁଥିବା ଦେଖିବାକୁ ପାଇଥିଲେ। ସେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର କରିଥିଲେ। ଉପର ମହଲାର ଏକ ଘରେ ବୃଦ୍ଧ ଦମ୍ପତି ଶୋଇଥିଲେ। ଅଗ୍ନିଶମ ବିଭାଗ ସ୍ଥାନୀୟ ଲୋକଙ୍କ ସହାୟତାରେ ଉପର ମହଲାକୁ ଯାଇ କବାଟ ଭାଙ୍ଗି ଉଭୟଙ୍କୁ ଉଦ୍ଧାର କରିଥିଲା। ଅଗ୍ନିକାଣ୍ଡରେ ଉତ୍ତରାଙ୍କ ଶରୀରର ବିଭିନ୍ନ ଅଂଶ ପୋଡ଼ି ଯାଇଥିବା ବେଳେ ପ୍ରଭାକର ଶ୍ବାସରୁଦ୍ଧ ହୋଇ ପଡ଼ିଥିଲେ। ଉଭୟଙ୍କୁ ଉଦ୍ଧାର କରି ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏସିରେ ସର୍ଟସର୍କିଟ ଘଟି ସେହି କୋଠରିରେ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରେ ଜଣାପଡ଼ିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।