ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ
ଟାଙ୍ଗୀ ୨୯।୦୩ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ପୁଣି ଅସୁସ୍ଥ । ବିଳମ୍ବିତ ରାତିରେ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଖୋର୍ଦ୍ଧା ଏସ୍ପି ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, ଗିରଫ ହୋଇ ବାଣପୁର ସବ୍-ଜେଲ୍ରେ ଥିବା ଚିଲିକା ବିଧାୟକ ହଠାତ୍ ସୋମବାର ରାତିରେ ଅସୁସ୍ଥ ହୋଇପଡିଥିଲେ । ଏହାପରେ ତୁରନ୍ତ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି […]