ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩୧ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୦୨।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨କୁ ବୃଦ୍ଧି ପାଇଛି […]