ଛତିଶାନିଯୋଗ ବୈଠକ ଆଜି: ଶ୍ରୀମନ୍ଦିର ଖୋଲିବା ଉପରେ ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ପୁରୀ : ଆଜି (ଶୁକ୍ରବାର) ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ସାଢ଼େ ୪ଟାରେ ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଛତିଶାନିଯୋଗ ନାୟକଙ୍କ ସହ ପରିଚାଳନା କମିଟି ସଦସ୍ୟ, ଶ୍ରୀମନ୍ଦିରର ବିଭିନ୍ନ ନିଯୋଗର ସଭାପତି, ସଂପାଦକ, ବରିଷ୍ଠ ସେବାୟତମାନେ ଉପସ୍ଥିତ ରହିବେ। ବୈଠକରେ ଆଗାମୀ ଶ୍ରୀମନ୍ଦିର ଦର୍ଶନ ଉପରେ ବିସ୍ତୃତ ଆଲୋଚନା ହେବ। ଫେବ୍ରୁଆରିରେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ […]