ସମ୍ବଲପୁରରେ ହିଂସା ଘଟଣା: ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ରାଜ୍ୟପାଳଙ୍କୁ ଫେରାଦ ଦେଲା ବିଜେପି
ଭୁବନେଶ୍ବର : ଓଡ଼ିଶା ଶାନ୍ତି ପ୍ରିୟ ରାଜ୍ୟ ଥିଲା ମାତ୍ର ରାଜ୍ୟ ସରକାରଙ୍କ ଅପାରଗତା କାରଣ ପାଇଁ ରାଷ୍ଟ୍ର ବିରୋଧୀ ସ୍ଲୋଗାନ ଦିଆଯାଉଛି। ଗତ ୧୨ତାରିଖ ସମ୍ବଲପୁରରେ ହନୁମାନ ଜୟନ୍ତୀରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ହିଂସା ଦେଖିବାକୁ ମିଳିଛି। ଯାହା ସମ୍ବଲପୁରବାସୀଙ୍କ ପ୍ରତି ଅତ୍ୟନ୍ତ ଯନ୍ତ୍ରଣାଦାୟକ ଓ ନିନ୍ଦନୀୟ। ଆଇନଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ ବିଫଳତା ଓ ଅଭିଯୁକ୍ତମାନଙ୍କୁ ତୁରନ୍ତ ଦଣ୍ଡ ଦେବା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟପାଳ ଗଣେଶୀ […]









