ଶ୍ରୀଲିଙ୍ଗରାଜ ମନ୍ଦିର ଅନୁଧ୍ୟାନ କଲେ ଏଏସ୍ଏଆଇ ଏଡିଜି
ପୁରୁଣା ଭୁବନେଶ୍ୱର: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍୍ରଆଇ) ଏଡିଜି ଡ. ଆଲୋକ ତ୍ରିପାଠୀ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ସେ ମନ୍ଦିରରେ ପାଣି ଗଳିବା ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ସେହିପରି ଅନ୍ୟ ମନ୍ଦିର ସମ୍ପର୍କରେ ବି ଏଏସ୍ଆଇ ମଣ୍ଡଳ ଅଧୀକ୍ଷକ ଅରୁଣ ମଲ୍ଲିକଙ୍କ ସହ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ, ଏଏସ୍ଆଇ ପକ୍ଷରୁ ଶ୍ରୀଲିଙ୍ଗରାଜ ମରାମତି ପାଇଁ ୧କୋଟି ୨୦ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏମିତିକି ଏଏସ୍ଆଇ ଠିକାଦାରଙ୍କୁ […]