ପୁଣି ରାଜ୍ୟରୁ ଚିହ୍ନଟ ହେଲେ ୨୭୧ ପଜିଟିଭ୍, ୨ ମୃତ
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି […]