୨୨ରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା: ପିଲାଙ୍କ ପାଇଁ ୭୫% ଉପସ୍ଥାନ ବାଧ୍ୟତାମୂଳକ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ର ଏକାଦଶ ଶ୍ରେଣୀ(ପ୍ରଥମ ବର୍ଷ) ଛାତ୍ରଛାତ୍ରୀଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତଥା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିବା ନାମଲେଖା ପ୍ରକ୍ରିୟାରେ ସାଢ଼େ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇ ସାରିଲେଣି। ବହୁ ଛାତ୍ରଛାତ୍ରୀ ନାମଲେଖାରୁ ବଞ୍ଚିତ ହୋଇଥିବାରୁ ସେମାନଙ୍କ ଲାଗି ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଜାରି ରହିଛି। ତେଣୁ ଆଉ ବିଳମ୍ବ ନ କରି ୨୦୨୨-୨୩ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା […]