ଡାକ୍ତରୀ ଆଡମିସନ୍ ନାଁରେ ୩୨ଲକ୍ଷ ଠକେଇ: ୨ ଅଣଓଡ଼ିଆ ଠକ ଗିରଫ
ଚନ୍ଦ୍ରଶେଖରପୁର : ବଡ଼ବଡ଼ ମେଡିକାଲ କଲେଜର ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ତାରକା ହୋଟେଲରେ ରହିବା ସହ ବିଳାସପୂର୍ଣ୍ଣ କାର୍ରେ ଯିବା ଆସିବା କରୁଥିଲେ। ଠକେଇ ଟଙ୍କାରେ ବିମାନରେ ଉଡ଼ି ଅଏସ କରୁଥିଲେ। ବେଶ ପୋଷାକରୁ ବେଶ୍ ସମ୍ଭ୍ରାନ୍ତ ଲାଗୁଥିବା ଏହି ଦୁଇ ବ୍ୟକ୍ତି ପ୍ରକୃତରେ ଥିଲେ ଠକ। ଏଭଳି ଦୁଇ ଠକଙ୍କୁ ଇନ୍ଫୋସିଟି ଥାନା ପୁଲିସ କୋଲକାତା ଓ ବିହାରରୁ ଗିରଫ କରିଛି। ଏମାନେ ଜଣେ ଛାତ୍ରୀଙ୍କ ଠାରୁ ୩୨ ଲକ୍ଷ ଟଙ୍କା ଠକିଥିବା […]