ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦେଶ: ପିଲାଙ୍କ ସୁରକ୍ଷା କଡ଼ାକଡ଼ି କର
ଭୁବନେଶ୍ବର : ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ବାରୋପ କରିଛନ୍ତି। ପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଯେପରି ସୁରକ୍ଷା ଦେବା ସହ ସଚେତନତା କରାଯାଇପାରିବ ସେଦିଗରେ ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏଥିସହ ସ୍କୁଲଗୁଡ଼ିକୁ ପିଲାଙ୍କ ସୁରକ୍ଷା, ଶିକ୍ଷା, ସ୍ବାସ୍ଥ୍ୟ ବାବଦରେ ମିଳୁଥିବା ଆର୍ଥିକ ଅନୁଦାନର ସଠିକ୍ ବିନିଯୋଗ ଉପରେ ଗୁରୁତ୍ବ ଦେବାକୁ କୁହାଯାଇଛି। […]









