ସୁବର୍ଣ୍ଣରେଖାରେ ବନ୍ୟା ପରିସ୍ଥିତି ଗମ୍ଭୀର: ଉତ୍ତର ବାଲେଶ୍ଵରର ୩୨୪ ଗାଁ ଜଳମଗ୍ନ
ଜଳେଶ୍ଵର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା। ଫଳରେ ଉତ୍ତର ବାଲେଶ୍ଵର ଅଞ୍ଚଳରେ ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି। ଆଜି ସକାଳ ୬ଟା ସୁଦ୍ଧା ରାଜଘାଟ ଠାରେ ସୁବର୍ଣ୍ଣରେଖା ନଦୀର ଜଳପତ୍ତନ ୧୦.୨୦ ମିଟରରେ ପ୍ରବାହିତ ହେଉଛି। ଏଠାରେ ନଦୀର ସତର୍କ ସଙ୍କେତ ୯.୪୫ ଓ ବିପଦ ସଙ୍କେତ ୧୦.୩୬ ମିଟର ରହିଛି। ସୁବର୍ଣ୍ଣରେଖାର ବନ୍ୟା ପାଣି ନଦୀର ବିଭିନ୍ନ ଶାଖା ନାଳ ଦେଇ ଓ ନଦୀବନ୍ଧ ନଥିବା ସ୍ଥାନ ଦେଇ ଗାଁଗୁଡିକୁ ପ୍ରଖର […]









