ଗରିବ ଲୋକଙ୍କ ହକ୍ ପାଇଁ ମୁଁ ଲଢ଼ୁଛି: ମୁଖ୍ୟମନ୍ତ୍ରୀ
ବରଗଡ଼: ନିର୍ବାଚନ ପ୍ରଚାର ଲାଗି ପଦ୍ମପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଦ୍ମପୁର ନିକଟସ୍ଥ ସତୀଭଟା ଏୟାରଷ୍ଟ୍ରିପ୍ରେ ପହଞ୍ଚିଥିଲେ। ଏହାପରେ ସେ ଝାରବନ୍ଧର ଶକ୍ତି ଛକ ହେଲିପ୍ୟାଡ୍ରେ ଅବତରଣ କରିବା ପରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଜନସଭାରେ ନବୀନ ପଟ୍ଟନାୟକଙ୍କ ବ୍ୟତୀତ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା, ମନ୍ତ୍ରୀ […]









